Home / କ୍ରୀଡା / ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

WhatsApp Image 2026 01 17 at 8.37.28 PM NtvOdia

ବୌଦ୍ଧ: ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି l ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ୍ ଦୁବେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ | ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ବୌଦ୍ଧ ଗୋଷ୍ଠୀ ଶିକ୍ଷା ଅଧିକାରୀ ଉପେନ୍ଦ୍ର କୁମାର ପ୍ରଧାନ, ବିଦ୍ଯାଳୟ ପରିଚାଳନା କମିଟି ସଭାପତି ନିରଞ୍ଜନ ଦାସ୍ ମଞ୍ଚାସୀନ ଥିଲେ | ଶିକ୍ଷୟିତ୍ରୀ ମମତା ଦାସ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ଓ ସୁଜାତା ପୁରୋହିତ ବିବରଣୀ ପଠନ କରିଥିଲେ | ଉକ୍ତ ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ର ଛାତ୍ରୀ ମାନଙ୍କୁ ଅତିଥିଙ୍କ ଦ୍ବାରା ପ୍ରମାଣ ପତ୍ର ଓ ପୁରସ୍କାର ବଣ୍ଟନ କରାଯାଇଥିଲା l

Leave a Reply

Your email address will not be published. Required fields are marked *