Home / ଆମ ଓଡ଼ିଶା / ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

IMG 20260128 WA0001 NtvOdia

ହରଭଙ୍ଗା(ସର୍ବେଶ୍ୱର କ୍ଷେତି): ହରଭଙ୍ଗା ପଞ୍ଚାୟତ ସମିତି ଅନ୍ତର୍ଗତ କୁଶଙ୍ଗ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି l ଶିବିରରେ ସମୁଦାୟ ୫୩ଟି ଅଭିଯୋଗ ପଞ୍ଜିକୃତ ହୋଇଥିବାବେଳେ ସେଥିମଧ୍ୟରୁ ୫୦ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୦୩ଟି ସାମୁହିକ ସମସ୍ୟା ସମ୍ପର୍କିତ ଅଭିଯୋଗ ରହିଥିଲା l ସେଥିମଧ୍ୟରୁ ୧୫ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା l ଜିଲ୍ଲାପାଳ ବିଭୁତି ଭୂଷଣ ନାୟକଙ୍କ ଦ୍ୱାରା ୧ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ହ୍ଵିଲ ଚେୟାର ଏବଂ ୧ ଜଣଙ୍କୁ ରେଡ କ୍ରସ ପାଣ୍ଠିରୁ ୫,୦୦୦/- ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା l ଉକ୍ତ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିରରେ ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ହରଭଙ୍ଗା ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଜୟ କୁମାର ପ୍ରଧାନଙ୍କ ସମେତ ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ l

Tagged:

Leave a Reply

Your email address will not be published. Required fields are marked *