Home / ଆମ ଓଡ଼ିଶା / ହରଭଙ୍ଗା ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ହରଭଙ୍ଗା ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

IMG 20260309 WA0008 NtvOdia

ହରଭଙ୍ଗା, ୦୯/୦୩: ହରଭଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି l ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ପ୍ରାରମ୍ଭରେ ସମସ୍ତ ଅଧିକାରୀମାନଙ୍କ ଦ୍ୱାରା ସାମୂହିକ ବନ୍ଦେ ମାତରଂ ଗାନ କରାଯାଇଥିଲା l ଶିବିରରେ ସମୁଦାୟ ୫୪ଟି ଅଭିଯୋଗ ପଞ୍ଜିକୃତ ହୋଇଥିବାବେଳେ ସେଥିମଧ୍ୟରୁ ୪୮ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୦୬ଟି ସାମୁହିକ ସମସ୍ୟା ସମ୍ପର୍କିତ ଅଭିଯୋଗ ରହିଥିଲା l ସେଥିମଧ୍ୟରୁ ୨୨ଟି ଅଭିଯୋଗକୁ ତତ୍କାଳ ସମାଧାନ କରାଯାଇଥିଲା l ଜିଲ୍ଲାପାଳ ବିଭୁତି ଭୂଷଣ ନାୟକଙ୍କ ଦ୍ୱାରା ୪ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ରେଡ କ୍ରସ ପାଣ୍ଠିରୁ ୧୬,୦୦୦/- ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା l ସମସ୍ତ ଅଧିକାରୀମାନେ ନିଜର ବ୍ୟବହାର ଓ ଲୋକମାନଙ୍କ ପ୍ରତି ରହିଥିବା ମାନସିକତାରେ ପରିବର୍ତ୍ତନ ଆଣି ସାଧାରଣ ଲୋକଙ୍କ ନିକଟରେ ପହଞ୍ଚି ଉଚିତ ନ୍ୟାୟ ପ୍ରଦାନ ଓ ଉତ୍ତମ ସେବା ପ୍ରଦାନ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ l ମୁଖ୍ୟମନ୍ତ୍ରୀ ଜନଶୁଣାଣି ପୋର୍ଟାଲରେ ଆସୁଥିବା ଅଭିଯୋଗ ଗୁଡିକର ତୁରନ୍ତ ସମାଧାନ ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା l ଉକ୍ତ ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିରରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ଅତିରିକ୍ତ ନିର୍ବାହୀ ଅଧିକାରୀ ଚାର୍ଲସ ନାଏକ, ଆରକ୍ଷୀ ଅଧିକ୍ଷକ ରାହୁଲ ଗୋଏଲ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ମହେନ୍ଦ୍ର କୁମାର ସାହୁ, ହରଭଙ୍ଗା ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଜୟ କୁମାର ପ୍ରଧାନ, ତହସିଲଦାର ବଳଦେବ ବେହେରାଙ୍କ ସମେତ ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ସମାଧାନରେ ସହଯୋଗ କରିଥିଲେ l

Leave a Reply

Your email address will not be published. Required fields are marked *